ଲତା ମଙ୍ଗେସକର


ଜନ୍ମ ଓ ଜନ୍ମସ୍ଥାନ ୨୮ ସେପ୍ଟେମ୍ବର ୧୯୨୯ (ବୟସ ୯୦)
Indore, Central India Agency, British India
ଅଲଗା ନାଆଁ Didi, Nightingale of India.
ଜୀବିକା Playback singer
କାର୍ଯ୍ୟକାଳ 1942–present
ଜୀବନସାଥି none
ବାପା ବୋଉ Deenanath Mangeshkar

ଲତା ମଙ୍ଗେସକର ଭାରତୀୟ ସଙ୍ଗୀତ ଜଗତର ଜୀବନ୍ତ କିମ୍ବଦନ୍ତୀ । ସଙ୍ଗୀତ କ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଭାରତର ସର୍ବୋଚ୍ଚ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଛି ।
ଜୀବନ ଓ ପରିବାର
ଲତା ମଙ୍ଗେସକର ମଧ୍ୟ ପ୍ରଦେଶର ଇନ୍ଦୋରରେ ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥିଏଟର ଆର୍ଟିଷ୍ଟ ଥିଲେ । ଲତା ୫ବର୍ଷ ବୟସରୁ ତାଙ୍କ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ତାଙ୍କ ସହ ତାଙ୍କ ସାନ ଭଉଣୀ ଆଶା, ଉଷା, ମୀନା ଓ ଭାଇ ହୃଦୟନାଥ ମଧ୍ୟ ସଙ୍ଗୀତ ଶିକ୍ଷା କରୁଥିଲେ । ଲତା ମାତ୍ର ୧୩ ବର୍ଷର ହୋଇଥିବା ବେଳେ ତାଙ୍କ ପିତାଙ୍କର ହୃଦ୍‌ରେଗରେ ଦେହାନ୍ତ ହୋଇଥିଲା । ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ । ଲତା ଏବେ ଯାଏଁ ଅବିବାହିତ ଭାବେ ଜୀବନ ବିତାଉଛନ୍ତି ।

ସଙ୍ଗୀତ ଜୀବନ
ପରିବାରର ଭରଣପୋଷଣ ନିମନ୍ତେ ସେ ଗୀତ ଗାଇବା ଆରମ୍ଭ କରିଥିଲେ । ଲତା ୧୯୪୨ରୁ ୧୯୪୮ ମଧ୍ୟରେ ପାଖାପାଖି ଆଠୋଟି ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର 'କିଟ୍ଟି ହାସଲ'ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ମୁମ୍ବାଇରେ ଏକ ଲୋକାଲ୍ ଟ୍ରେନ୍ରେ ଯାତ୍ରା କରୁଥିବା ସମୟରେ ତାଙ୍କୁ 'ଆପ୍ କି ସେବା ମେଁ'ରେ ପ୍ରଛଦପଟ ଗାୟିକା ହେବାର ସୁଯୋଗ ମିଳିଥିଲା । ପରେ ତାଙ୍କୁ 'ମଜବୁର୍' ଓ 'ବେଦର୍ଦ୍' ନାମକ ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇବାର ସୁଯୋଗ ମିଳିଲା । ଏହି ଦୁଇଟି ଚଳଚ୍ଚିତ୍ରଦ୍ୱାରା ସେ ସଙ୍ଗୀତ ଜଗତରେ କିଛି ମାତ୍ରାରେ ପରିଚିତ ହେଲେ । କିନ୍ତୁ ପରେ ଅନ୍ଦାଜ୍, ବରସାତ୍ ଓ ମହଲ୍ ଚଳଚ୍ଚିତ୍ରଦ୍ୱାରା ସେ ସଙ୍ଗୀତ ମହଲରେ ପୁରାପୁରି ଭାବେ ଛାଇଗଲେ । ୧୯୬୩ରେ ଭାରତ - ଚୀନ ଯୁଦ୍ଧ ସମୟରେ ଲତାଙ୍କର ଦେଶାତ୍ମବୋଧକ ଗୀତ 'ଏ ମେରେ ୱତନ୍ କେ ଲୋଗୋଁ'ରେ ସେତେବେଳର ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଭାବ ବିହ୍ୱଳ ହୋଇଯାଇଥିଲେ । ତାଙ୍କୁ ଏହି ଗୀତ ପାଇଁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା । ୧୯୭୦ରୁ ୧୯୮୦ ମଧ୍ୟରେ ଲତା ତିନି ଜଣ ପ୍ରମୁଖ ସଙ୍ଗୀତ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ୍, କଲ୍ୟାଣଜୀ ଆନନ୍ଦଜୀ ଓ ଆର ଡି ବର୍ମନ୍ଙ୍କ ସହ କାମ କରିଥିଲେ । ସେ 'ହମ୍ ଆପକେ ହେ କୌନ୍', 'ବୀରଜାରା' ପରି ରୋମାଣ୍ଟିକ୍ ଚଳଚ୍ଚିତ୍ରରେ ମଧ୍ୟ କଣ୍ଠଦାନ କରିଥିଲେ । ସେ ରେହେମାନ୍ଙ୍କ ଭଳି ନୂଆ ନିର୍ଦ୍ଦେଶକଙ୍କ ସହ ମଧ୍ୟ କାମ କରିଛନ୍ତି । ଲତା ତାଙ୍କର ସମଗ୍ର ଜୀବନକୁ ସଙ୍ଗୀତ ପାଇଁ ସମର୍ପିତ କରିଛନ୍ତି । ଏବେବି ସେ ରେକର୍ଡିଂ ପାଇଁ ଗଲେ ଷ୍ଚୁଡିଓ ବାହାରେ ଯୋତା ରଖିଥାନ୍ତି । ଗୁଲଜାର୍‌ଙ୍କ ରଚିତ ଓ ସେ ନିଜେ ଗାଇଥିବା ଏକ ଗୀତ 'ନାମ୍ ଗୁମ୍ ଯାଏଗା , ଚେହେରା ୟେ ବଦଲ୍ ଯାଏଗା , ମେରି ଆୱାଜ୍ ହି ମେରି ପେହେଚାନ୍ ହୈ.. 'କେବଳ ଲତାଙ୍କ ପାଇଁ ଲେଖାଯାଇଛି ବୋଲି ତାଙ୍କର ଅଗଣିତ ପ୍ରଶଂସକ କୁହନ୍ତି ।

ମାନ ସମ୍ମାନ
୧୯୫୮ - ପ୍ରଥମ ଫିଲ୍ମ ଫେୟାର୍ ଆୱାର୍ଡ
୧୯୬୯ - ପଦ୍ମ ଭୂଷଣ
୧୯୬୯ - ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟିକା
୧୯୮୯ - ଦାଦା ସାହେବ୍ ଫାଲକେ ପୁରସ୍କାର
୧୯୯୩ - ଜୀବନ ବ୍ୟାପି ସାଧନା ପୁରସ୍କାର
୧୯୯୭ - ମହାରାଷ୍ଟ୍ର ଭୂଷଣ ପୁରସ୍କାର
୧୯୯୯ - ପଦ୍ମ ବିଭୂଷଣ
୨୦୦୧ - ଭାରତ ରତ୍ନ
୨୦୦୯ - ୩ଟି ଜାତୀୟ ଚଳଚ୍ଚିତ୍ର ସମ୍ମାନ
୨୦୧୧ - ଗିନିଜ୍ ବୁକ୍ ଅଫ୍ ୱାଲର୍ଡ୍ ରେକର୍ଡରେ ସ୍ଥାନିତ